ଅତି ପ୍ରବଳ ବର୍ଷା ସମ୍ଭାବନା, ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର : ଲଘୁଚାପ ଯୋଗୁ ଆଜି ରାଜ୍ୟର ୬ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ସବୁ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ, ବରଗଡ଼ ଓ ଅନୁଗୋଳ।
ଆସନ୍ତା ୫ ଦିନ ପର‌୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ କ୍ଷ ଏଥିଯୋଗୁ ପରିସ୍ଥିତିର ସାମ୍ନା କରିବାକୁ ସମ୍ପୂର୍ଣ ପ୍ରସ୍ତୁତ ରହିବାକୁ ସମ୍ପୃକ୍ତ ଜିଲ୍ଲା ପ୍ରଶାସନମାନଙ୍କୁ ନିର୍ଦେଶ ଦେଇଛନ୍ତି ରାଜ୍ୟ ସରକାର .

ଲଘୁଚାପ ପ୍ରଭାବରେ କୋରାପୁଟ ଜିଲ୍ଲାରେ ଆରମ୍ଭ ହୋଇଯାଇଛି ବର୍ଷା କ୍ଷ ଏହାକୁ ଦେଖି ଜିଲ୍ଲାର ତଳୁଆ ଅଞ୍ଚଳ, ଜଳ ଭଣ୍ଡାର ଓ ନଦୀ ତଟବର୍ତ୍ତୀ ଅଞ୍ଚଳରେ ଲୋକଙ୍କ ସୁରକ୍ଷା ପାଇଁ ପ୍ରଶାସନ ପକ୍ଷରୁ ପଦକ୍ଷେପମାନ ନିଆଯାଇଛି କ୍ଷ ସମସ୍ତ ବ୍ଲକର ବିଡିଓ ଏବଂ ତହସିଲଦାରଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି

ଭଦ୍ରକ ଜିଲ୍ଲା ପ୍ରଶାସନ ମଧ୍ୟ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି କ୍ଷ ସମସ୍ତ ସହରାଞ୍ଚଳରେ ଯେମିତି ବର୍ଷା ଜଳ ନିଷ୍କାସନରେ ସମସ୍ୟା ନହୁଏ, ସେଥିପାଇଁ ସ୍ୱତନ୍ତ୍ର ଦୃଷ୍ଟି ରହିଥିବା କହିଛନ୍ତି ଜିଲ୍ଲାପାଳ କ୍ଷ ବର୍ଷା ଜଳ ନିଷ୍କାସନ ପାଇଁ ପାଣି ପମ୍ପ ବ୍ୟବସ୍ଥା କରାଯାଇଛି କ୍ଷ ସମସ୍ତ କର୍ମଚାରୀ ଓ ଅଧିକାରୀଙ୍କୁ ଆଲର୍ଟ ରହିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି

Leave a Reply

Your email address will not be published. Required fields are marked *